୨୫ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା କଲା ଠିକାଦାର

କାଲିମେଳା(ମୋରଖବର ଉମେଶ ଦଣ୍ଡସନା- ସମ୍ପାଦକ) ମାତ୍ର ୨୫ହଜାର ଟଙ୍କା ପାଇଁ ଜଣେ ଠିକାଦାର ଜଣେ ୨୧ ବର୍ଷୀୟ ଯୁବକଙ୍କୁ ପ୍ରଥମେ ଅପହରଣ ଓ ପରେ ହତ୍ୟା କରିଥିବା ପରି ସଂଗୀନ ଅଭିଯୋଗ ମୋଟୁ ଥାନାରେ ହୋଇଛି| ଅଭିଯୋଗ ପାଇବା ପରେ ମୋଟୁ ପୁଲିସ ଠିକାଦାର ଓ ତାଙ୍କର ଜଣେ ସହଯୋଗୀଙ୍କୁ ଥାନାରେ ଅଟକ ରଖି ଅନୁସନ୍ଧାନ ଆରମ୍ଭ କରିଥିବାର ସୂଚନା ମିଳିଛି| ମୋଟୁ ଥାନା ଅନ୍ତର୍ଗତ ଏମପିଭି ୮୧ ଗ୍ରାମର ଠିକାଦାର ଅନନ୍ତ ହାଲଦାର ଓ ସହ ଯୋଗୀ ସୁଜିତ ରାୟ ଶୁକ୍ରବାର ଅପରାହ୍ନ • ୫ଟା ସମୟରେ ଏମପିଭି -୧୦ ଗ୍ରାମକୁ ଆସି ବାପି ମଣ୍ଡଳ ନାମକ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଘରୁ ଜୋର ଜବରଦସ୍ତ ହାତ ବାନ୍ଧି ଏକ ବାଇକରେ ନିଜ ଘରକୁ ଅପହରଣ କରି ନେଇଯାଇଥିଲେ | ତେବେ ଶନିବାର ସକାଳୁ ବାପି ମରିଯାଇଛି ବୋଲି ଠିକାଦାର ଜଣଙ୍କ ଏମପି ଭି- ୧୦ ଗ୍ରାମର ଗାଁ ସଭାପତିଙ୍କୁ ଜଣାଇଥିଲେ | ଏହାପରେ ମୃତ ଯୁବକଙ୍କ ଅଜା ମୋଟୁ ଥାନାରେ ମୋ ନାତିକୁ ଠିକାଦାର ମାତ୍ର ୨୫ହଜାର ଟଙ୍କା ପାଇଁ ଅପହରଣ କରି ହତ୍ୟା କରିଥିବାର ଅଭିଯୋଗ କରିଥିଲେ। ମୃତ ଯୁବକ ଜଣଙ୍କ ଠିକାଦାର ନିକଟରେ ରହି ଆନ୍ଧ୍ର ପ୍ରଦେଶରେ ଦାଦନ ଖଟୁଥିଲା| ମୃତ ଯୁବକ ଜଣଙ୍କ ୨୫ହଜାର ଟଙ୍କା ଅଗ୍ରିମ ଆଣିଥିଲେ ମଧ୍ୟ ଆଉ ପରିଶୋଧ କରି ପାରି ନଥିଲା

Post a Comment

Previous Post Next Post